ବ୍ରେକିଂ ନ୍ୟୁଜ

🟢 ବ୍ରେକିଂ ନ୍ୟୁଜ

ଏନଆରଇଜିଏ କାମରେ ଅନିୟମିତତା ଅଭିଯୋଗ, ତଦନ୍ତ ଦାବି


ବଙ୍ଗୋମୁଣ୍ଡା (କୋଶଳ ପ୍ରହରୀ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଗନ୍ଧର୍ଲା ପଞ୍ଚାୟତର ବଡ଼ପରା ଗ୍ରାମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ନିଶ୍ଚିତକରଣ ଯୋଜନା (ଏନଆରଇଜିଏ) ଅଧୀନରେ ଚାଲିଥିବା ବିଭିନ୍ନ କାମରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଉଠିଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଏହି କାମଗୁଡ଼ିକରେ ପ୍ରକୃତ ଗାଁ ସାଥୀ ସତ୍ୟଚରଣ ନନ୍ଦ ଓ ରେଖାବତୀ ହରିଜନଙ୍କୁ ନିୟୋଜିତ ନ କରି ସରକାରୀ ଅର୍ଥ ଆତ୍ମସାତ କରାଯାଉଥିବା ସହ ନିମ୍ନମାନର କାର୍ଯ୍ୟ କରାଯାଉଛି। ଏହାଫଳରେ ନିର୍ମାଣ କାର୍ଯ୍ୟର ଗୁଣବତ୍ତା ଉପରେ ପ୍ରଶ୍ନ ଉଠିଛି। ଗ୍ରାମବାସୀମାନେ କହିଛନ୍ତି ଯେ, ଏନେଇ ବାରମ୍ବାର ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ସନ୍ତୋଷଜନକ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏ ସମ୍ପର୍କରେ ବଙ୍ଗୋମୁଣ୍ଡା ବିଡିଓଙ୍କ ପ୍ରତିକ୍ରିୟା ନେବା ପାଇଁ ଆମ ପ୍ରତିନିଧି ଯୋଗାଯୋଗ କରିଥିଲେ। ବିଡିଓ କହିଛନ୍ତି ଯେ, ଘଟଣାର ତଦନ୍ତ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ଏହି ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଏବଂ ଏନଆରଇଜିଏ କାର୍ଯ୍ୟରେ ସ୍ୱଚ୍ଛତା ଆଣିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Post a Comment

0 Comments