ବ୍ରେକିଂ ନ୍ୟୁଜ

🟢 ବ୍ରେକିଂ ନ୍ୟୁଜ

କଣ୍ଟାବାଞ୍ଜିରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ


କଣ୍ଟାବାଞ୍ଜି (କୋଶଳ ପ୍ରହରୀ): କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଚଟୁଅନକା ଗାଁର ମାଝୀପଡାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଅଭିଯୋଗ ଅନୁଯାୟୀ, ଦେବଚନ ମାଝୀ ନିଜ ସ୍ତ୍ରୀ କିଆଫୁଲ ମାଝୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ଘଟଣାର ଖବର ପାଇ କଣ୍ଟାବାଞ୍ଜି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ସ୍ୱାମୀ ଦେବଚନ ମାଝୀଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି। ହତ୍ୟାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବାବେଳେ, ପୁଲିସ ଘଟଣାର ସମସ୍ତ ଦିଗକୁ ନେଇ ଅଧିକ ତଦନ୍ତ ଜାରି ରଖିଛି

Post a Comment

0 Comments