ତୁରେକେଲା (କୋଶଳ ପ୍ରହରୀ) : ବଲାଙ୍ଗିର ଜିଲ୍ଲାପାଳ ତୁରେକେଲା ବ୍ଲକ ଗସ୍ତ କରି ବିଭିନ୍ନ ସରକାରୀ କାର୍ଯ୍ୟାଳୟ ସହ ତୁରେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚ୍ସି) ପରିଦର୍ଶନ କରିଛନ୍ତି। ଗସ୍ତ ସମୟରେ ସେ ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ୱାର୍ଡ ଓ ଚିକିତ୍ସା ବ୍ୟବସ୍ଥା ବୁଲି ଦେଖିବା ସହ ରୋଗୀଙ୍କୁ ମିଳୁଥିବା ସ୍ୱାସ୍ଥ୍ୟସେବା ସମ୍ପର୍କରେ ଅବଗତ ହୋଇଥିଲେ। ଏହାସହ ବ୍ଲକର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରି ଚାଲିଥିବା କାର୍ଯ୍ୟ ଓ ସରକାରୀ ଯୋଜନାର ଅଗ୍ରଗତି ସମ୍ପର୍କରେ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଲୋକଙ୍କୁ ସରକାରୀ ସେବା ସଠିକ୍ ଓ ଶୀଘ୍ର ପହଞ୍ଚାଇବା ସହ ବିଭିନ୍ନ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ।


0 Comments