କଣ୍ଟାବାଞ୍ଜି (କୋଶଳ ପ୍ରହରୀ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ଗଣେଶା ଫେନ୍ସି ଷ୍ଟୋରରେ ବୁଧବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଦୋକାନରୁ ହଠାତ୍ ଧୂଆଁ ଓ ନିଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ଚେଷ୍ଟା କରି ନିଆଁକୁ ନିୟନ୍ତ୍ରଣକୁ ଆଣିଥିଲେ। ତେବେ ନିଆଁରେ ଦୋକାନରେ ଥିବା ବିଭିନ୍ନ ଫେନ୍ସି ସାମଗ୍ରୀ ସମେତ ଅନ୍ୟାନ୍ୟ ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଛି। ପ୍ରାଥମିକ ଭାବେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଓ କ୍ଷୟକ୍ଷତିର ପରିମାଣ ଯାଞ୍ଚ ପରେ ସ୍ପଷ୍ଟ ହେବ।

0 Comments